ନୂଆଁଖାଇ

 *ଆମ ସଂସ୍କୃତି କଥା  🌾ନୂଆଖାଇ ପର୍ବ ଉପଲକ୍ଷେ🌾*... 


*🌾ନୂଆଁଖାଇ🌾*


ନାମ - ନୂଆଖାଇ

ଅନ୍ୟ ନାମ - ନବାନ୍ନ

ପାଳନକାରୀ - ଓଡ଼ିଆ ଲୋକ

ବିଶେଷତା - ଫସଲ ଅମଳର ପର୍ବ

ପାଳନ - ୧ଟି ଦିନ

ଆରମ୍ଭ - ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ

ତାରିଖ - ୧୧/ସେପ୍ଟେମ୍ବର/୨୦୨୧/(ଶନିବାର)


*🌾ପର୍ବ ପାଳନର ବିଶେଷତା🌾*


ଏହା ନୂଆଁଖାଇ ପରବ ନାମରେ ଜଣାଶୁଣା । ଧାନ ଅମଳର ଖୁସିରେ ଚାଷୀମାନେ ପାଳନ କରିଥାନ୍ତି । 

ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଅମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ । ଚାଷୀ ପ୍ରଥମକରି ଅମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଖାଇ ପାଳନ ନିମନ୍ତେ ଆଗରୁ "ଲଗନ" ବା "ତିଥି" ନିର୍ଣ୍ଣୟ କରି ପୂଜା ଆଦି ସହ ଆରିସା ପିଠା ଭୋଗ କରାଯାଇଥାଏ ।


*🌾ସାମାଜିକ ଏକତା🌾*


ନୂଆଖାଇ ଏକ ଗଣପର୍ବ । ଗ୍ରାମ ବା ସହରର ପଡ଼ା ଅଞ୍ଚଳରେ ନୂଆଖାଇ ଦିନ ନବାନ୍ନ ଦେଇ ପୂଜା ବିଧି ସମାପ୍ତ ହେବା ପରେ ପରିବାରର ମୁଖ୍ଯଙ୍କ ହାତରୁ ସମସ୍ତେ ନବାନ୍ନ ଭୋଗ ଗ୍ରହଣ କରନ୍ତି । ତାହା ଖାଇ ସାରି ପରିବାରର ସମସ୍ତ ବ୍ୟକ୍ତି ନିଜର ବୟସ୍କ ମାନଙ୍କୁ ଭୂମିଷ୍ଠ ପ୍ରଣାମ ସହ ଆଶୀର୍ବାଦ ଗ୍ରହଣ କରନ୍ତି । ପରେ ପିଠା ପଣା ସହ ନବାନ୍ନ ଭୋଜି ଖାଇ ସାରି ଗ୍ରାମ ବା ପଡ଼ୋଶୀରେ ଥିବା ସମସ୍ତ ବୟୋଜ୍ୟେଷ୍ଠ ମାନଙ୍କୁ ଭେଟି ପ୍ରଣାମ କରିଥାନ୍ତି । ଏହି ସମୟରେ ଗ୍ରାମ ବା ପଡ଼ାର ଲୋକ ମାନେ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଆନ୍ତି । ପରିବାରମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ । ସମସ୍ତେ ପୁଣି ଏକଜୁଟ ହୋଇ ରହନ୍ତି । ଏହା ନୂଆଖାଇ ପର୍ବର ଏକ ବିଶେଷତା ।


  *🌾ଦଶହରା ସମୟରେ ନବାନ୍ନ 🌾*


ପୁର୍ବ କାଳରୁ ନବାନ୍ନ ସମୟରେ ପରିବାରର ସମସ୍ତେ ଏକାଠି ନବାନ୍ନ ଗ୍ରହଣର ପରମ୍ପରା ଥିଲା । ତେଣୁ ନବାନ୍ନ ଆଗରୁ ଯେଇ ଯୌଠି ରହୁଥିଲେ ମଧ୍ୟ ନବାନ୍ନ ସମୟ ଆଗରୁ ନିଜ ପୈତୃକ ଗୃହକୁ ଆସୁଥିଲେ । ଆଗ କାଳରେ ପୁଅ ଝିଅ ମାନେ ପ୍ରାୟତଃ ବେସୀ ଦୂରରେ ରହୁନଥିବାରୁ ଏହା ସମ୍ଭବ ହେଇ ପାରୁଥିଲା । କିନ୍ତୁ ଏବେ ଯୁଗର ପରିବର୍ତନ ସହ ଅନେକ ଘରେ ପୁଅ, ବହୁ, ଝିଅ ମାନେ ବହୁ ଦୂର ଦୁରାନ୍ତରେ ନିଜର ଜୀବିକା ସ୍ଥଳୀରେ ରହିଥାନ୍ତି । ତେଣୁ ଅନେକ କ୍ଷେତ୍ରରେ ନବାନ୍ନ ସମୟରେ ସେମାନେ ପୈତୃକ ଗ୍ରାମ ବା ଗୃହକୁ ଆସିବା ସମ୍ଭବ ହେଇ ନ ଥାଏ । ତେଣୁ ଏକ ପରମ୍ପରା ଅନୁସାରେ ସେହି କ୍ଷେତ୍ରରେ ସେହି ପରିବାର ଦଶହରାର ଅଷ୍ଟମୀ ତିଥିରେ ନବାନ୍ନ ଯଥାରିତ ପାଳନ କରନ୍ତି ।


*🌾ଲଗ୍ନ🌾*


ଆଗ କାଳରେ ରାଜାମାନେ ନିଜ ରାଜ୍ୟର ଇଷ୍ଟଦେବୀଙ୍କ ନାମ ଅନୁସାରେ ନୂଆଖାଇବାର ଲଗ୍ନ ଧାର୍ଯ୍ୟ କରି ଭିନ୍ନ ଭିନ୍ନ ଦିନ ନୂଆ ଖାଉଥିଲେ । ରାଜା ରାଜୁଡ଼ା ଶାସନ ପରେ ମଧ୍ୟ ରାଜାଙ୍କ ଇଷ୍ଟଦେବୀଙ୍କ ନାମ ଅନୁସାରେ ପଣ୍ଡିତମାନେ ନବାନ୍ନ ଭକ୍ଷଣ ତିଥି ବାହାର କରୁଥିଲେ, ତେଣୁ ୧୯୯୧ ମସିହା ପର୍ଯ୍ୟନ୍ତ ନୂଆଖାଇ ପର୍ବ ପ୍ରତ୍ୟେକ ବର୍ଷ ଗୋଟିଏ ନିର୍ଦ୍ଦିଷ୍ଟ ତିଥିରେ ପାଳିତ ନ ହୋଇ ଭାଦ୍ରବ ଶୁକ୍ଳପକ୍ଷର ଯେକୌଣସି ଏକ ତିଥିରେ ପାଳିତ ହେଉଥିଲା ।


ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ସାରା ଓଡ଼ିଶାରେ ଗୋଟିଏ ଦିନରେ ନୂଆଖାଇ ପର୍ବ ପାଳନ କରାଯିବା ପାଇଁ ଘୋଷଣା କରି ସାରା ଓଡ଼ିଶା ସରକାରୀ ଛୁଟି କରିବା ପାଇଁ ମଧ୍ୟ ଘୋଷଣା କରିଥିଲେ । ଏହି ପଦକ୍ଷେପକୁ ପଶ୍ଚିମ ଓଡ଼ିଶାର ସବୁମହଲରେ ଚିନ୍ତା କରାଯାଇ ସର୍ବସମ୍ମତ କ୍ରମେ ଗଣେଶ ପୂଜାର ପରଦିନ ଅର୍ଥାତ ଋଷି ପଞ୍ଚମୀ ଦିନଟି ସ୍ଥିର କରାଗଲା । ସେହି ବର୍ଷଠାରୁ ପ୍ରତ୍ୟେକ ବର୍ଷ ପଶ୍ଚିମାଞ୍ଚଳରେ ଗୋଟିଏ ଦିନରେ ନୂଆଖାଇ ପର୍ବ ତିଥି ଅନୁସାରେ ପାଳିତ ହୋଇ ଆସୁଛି ।


କଳାହାଣ୍ଡି ଜିଲ୍ଲାର ଅନେକ ଅଞ୍ଚଳରେ ଏହା ଭାଦ୍ରବ ଶୁକ୍ଳ ଦଶମୀ ତିଥିରେ ପାଳନ କରାଯାଇଥାଏ ।


ପୂର୍ବାଞ୍ଚଳରେ ଏହା ଆଶ୍ୱିନ ମାସର ମହାଳୟା ତିଥି ଭିତରେ ସମ୍ପନ୍ନ ହେବାର ବିଧାନ ରହିଅଛି । କାରଣ ଏହି ନବାନ୍ନ ପିତୃପୁରୁଷଙ୍କ ପିଣ୍ଡଦାନରେ ବ୍ୟବହୃତ ହୋଇଥାଏ । ଓଡ଼ିଶାର ସାଂସ୍କୃତିକ ପରମ୍ପରାରେ ଅପରପକ୍ଷ (ମହାଳୟା) ପରଠାରୁ ଶ୍ରାଦ୍ଧ ଦେବାର ବ୍ୟବସ୍ଥା ଅଛି ।


*🌾ଅଞ୍ଚଳ 🌾*


ଏହା ସମଗ୍ର ଓଡ଼ିଶାରେ ବିଶେଷ କରି ଓଡ଼ିଶାର ପଶ୍ଚିମାଞ୍ଚଳ ଜିଲ୍ଲାସମୂହରେ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ । ଦେଶର ବିଭିନ୍ନ ଅଞ୍ଚଳରେ ତଥା ବିଦେଶରେ ରହୁଥିବା ପଶ୍ଚିମ ଓଡ଼ିଶାର ଲୋକ ନବାନ୍ନ ଦିନ ଘରେ ଉପସ୍ଥିତ ହେବାକୁ ଚେଷ୍ଟା କରିଥାନ୍ତି, ଯେଉଁମାନେ ନିଜ ଭିଟାମାଟିକୁ ଆସି ନ ପାରନ୍ତି, ସେମାନେ ନିଜେ ରହୁଥିବା ଜାଗାରେ ନୂଆଖାଇ ପାଳନ କରିଥାନ୍ତି । ବିଶେଷକରି ଗୁଜରାଟର ସୁରତ, ଛତିଶଗଡ଼ର ରାୟପୁର, ବିଶାଖାପାଟଣା, ଚେନ୍ନାଇ, ମୁମ୍ବାଇ ଓ ଦିଲ୍ଲୀ ଆଦି ସହରରେ ଏହା ପାଳନ କରାଯାଇଥାଏ ।


*🌾ପାଳନ ବିଧି🌾*


ଏହି ଦିନଟିର ଅମୃତବେଳା ବା ଶୁଭବେଳା ଜ୍ୟୋତିଷମାନଙ୍କ ଦ୍ୱାରା ନିର୍ଣ୍ଣୟ କରାଯାଇ ସେହି ମୁହୂର୍ତ୍ତରେ ନୂଆ ଭାବରେ ଅମଳ କରାଯାଇଥିବା ଷାଠିଆଧାନରୁ ପ୍ରସ୍ତୁତ ଅନ୍ନକୁ ରାନ୍ଧି ଭକ୍ଷଣ କରିଥାନ୍ତି । ନୂଆଧାନରୁ ପ୍ରସ୍ତୁତ ଚୁଡ଼ା, ଭାତ, କ୍ଷୀରି, ମଣ୍ଡାପିଠା ନିଜ ନିଜ ଘରେ ପ୍ରସ୍ତୁତ କରି ନିଜ ନିଜର ଇଷ୍ଟଦେବୀ, ଗ୍ରାମଦେବୀ (ମାଉଳୀ), ଦେବତା, ଆରାଧ୍ୟ ପାଖରେ ପ୍ରଥମେ ଅର୍ପଣ କରି ସମସ୍ତେ ଏକାଠି ବସି ଖାଇଥାନ୍ତି । ଖାଇସାରିବା ପରେ ଭେଟଘାଟ ପର୍ବ ଆରମ୍ଭ ହୁଏ । ପ୍ରଥମେ ଗ୍ରାମଦେବତୀଙ୍କ ପୀଠ ବା ଭାଗବତ ଟୁଙ୍ଗୀରେ ଏକାଠି ହୋଇ ମୁଣ୍ଡିଆ ମାରିସାରିବା ପରେ ସାନମାନେ ବଡ଼ମାନଙ୍କୁ ପ୍ରଣାମ ଜଣାଇ ଆଶୀର୍ବାଦ କାମନା କରିଥାନ୍ତି ।  ଭେଟଘାଟ ଶେଷ ହେବାପରେ ଗାଁରେ ଖେଳକୁଦ ପ୍ରତିଯୋଗିତା ହୋଇଥାଏ । ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ ।


*🌾ନୂଆାଖାଇ ବାସି🌾*


ନୂଆଖାଇ ପରଦିନକୁ ନୂଆାଖାଇ ବାସି ବୋଲି କୁହାଯାଏ । ଏହି ଦିନଟିକୁ ମଉଜ ମଜଲିସର ଦିନ ଭାବେ ପାଳନ କରାଯାଏ । ନୂଆଖାଇ ଦିନ ନିଜର ଇଷ୍ଟଦେବୀଙ୍କୁ ଭୋଗଲାଗି କରୁଥିବାରୁ ସେଦିନ ପ୍ରାୟତଃ କେହି ଆଇଁଷ ଖାଆନ୍ତି ନାହିଁ । ସେଥିପାଇଁ ଏହି ଦିନ ଆଇଁଷ ଖାଇଥାନ୍ତି ।


*🌾ନୂଆଖାଇ ଗୀତ🌾*


ପଶ୍ଚିମ ଓଡ଼ିଶାର କବି ହଳଧର ନାଗଙ୍କ କବିତାରୁ ନୂଆାଖାଇ ଉପରେ ଏକ ଛୋଟ ଲେଖା -


ଜିଇଁଛୁ ବେଲକେ ଆସି ଭାଏ ବନ୍ଧୁ

ହେମା ନୂଆଖାଇ ଭେଟ୍

ସଂସାର ଡୋର୍ ଥି ବନ୍ଧା ହୋଇଥିମା

ଗାଁ ଯାକର ହେଇ ମେଟ୍


🙏ଜୟ ଶ୍ରୀ ଜଗନ୍ନାଥ🙏


    

Comments

  1. https://ashutoshamruta.blogspot.com/2021/03/pearlvine-digital-bank.html

    ReplyDelete
  2. ନୂଆଁଖାଇ ଜୁହାର

    https://ashutoshamruta.blogspot.com/2021/03/pearlvine-digital-bank.html

    ReplyDelete

Post a Comment

Popular posts from this blog

ବନଦୁର୍ଗାମନ୍ତ୍ରବିଧାନମ୍

*"ମୁଁ ଜଣେ ଓଡ଼ିଆ"* ଲେଖାଟି ଖୁବ୍ ଉଚ୍ଚ କୋଟୀର ହୋଇଛି। ଏହାକୁ ନିଶ୍ଚିତ ଶେଷଯାଏ ପଢ଼ନ୍ତୁ।

ସିଦ୍ଧିଲକ୍ଷ୍ମୀସ୍ତୋତ୍ରମ୍