ମକର ସଂକ୍ରାନ୍ତି
💥 ।। ମକର ସଂକ୍ରାନ୍ତି ।। 💥
ଗୋଲାକାର ପୃଥିବୀର ୩୬୦ ଡିଗ୍ରୀ କୁ ସମାନ ୩୦ ଡିଗ୍ରୀରେ ଭାଗକଲେ ଏକ ରାଶି ହୁଏ । ସାଧାରଣତଃ ଦୁଇଟି ଇଂରାଜୀ ମାସର ଅର୍ଦ୍ଧେକକୁ ନେଇ ଗୋଟିଏ ରାଶି ମାସ ଗୋଟିଏ ସଂକ୍ରାନ୍ତିଠାରୁ ଆରମ୍ଭ ହୋଇ ପରବର୍ତ୍ତୀ ମାସନ୍ତ ପର୍ଯ୍ୟନ୍ତ ଚଳେ । ପୃଥିବୀର ନିଜ କକ୍ଷରେ ଦୈନିକ ପରିଭ୍ରମଣ ବା ଆହ୍ନିକ ଗତି ଏବଂ ସୂର୍ଯ୍ୟଙ୍କର ବିଷ୍ଣୁପଦୀ ସଂକ୍ରମଣ ବା ସଂକ୍ରାନ୍ତି ସଞ୍ଚାର ବିଷୁବ ରେଖାଠାରୁ ସୂର୍ଯ୍ୟଙ୍କ ଉତ୍ତରାୟଣ ଓ ଦକ୍ଷିଣାୟନ ଗତି ସହିତ ସଂପୃକ୍ତ ।
🔴ମକର ସଂକ୍ରାନ୍ତି
ସୂର୍ଯ୍ୟଦେବ ଯେବେ ଧନୁ ରାଶିରୁ ମକରରେ ପହଁଚିଥାନ୍ତି ତ ମକର ସଂକ୍ରାନ୍ତି ପାଳନ କରାଯାଏ । ସୂର୍ଯ୍ୟଙ୍କର ଧନୁ ରାଶିରୁ ମକର ରାଶିକୁ ଯିବାର ମହତ୍ତ୍ୱ ଏଥିପାଇଁ ଅଧିକ କାରଣ ଏହି ସମୟରେ ସୂର୍ଯ୍ୟ ଦକ୍ଷିଣାୟନରୁ ଉତ୍ତରାୟଣ ନେଇଥାନ୍ତି । ଦେବତାମାନଙ୍କ ଦିନ ଭାବେ ବିଶ୍ୱାସ କରାଯାଏ । ମକର ସଂକ୍ରାନ୍ତିର ଶୁଭ ମୁହୂର୍ତ୍ତରେ ସ୍ନାନ ଓ ଦାନ-ପୁଣ୍ୟ କରିବାର ବିଶେଷ ମହତ୍ୱ ରହିଛି । ଏହି ଦିନ ଖେଚୁଡିର ଭୋଗ ଲଗାଯାଏ । ଖାଲି ଏତିକି ନୁହେଁ ଅନେକ ସ୍ଥାନରେ ପୂର୍ବପୁରୁଷଙ୍କ ଆତ୍ମାର ଶାନ୍ତି ପାଇଁ ଖେଚୁଡି ଦାନ କରିବାର ମଧ୍ୟ ବିଧାନ ରହିଛି । ମକର ସଂକ୍ରାନ୍ତି ରେ ରାଶି ଓ ଗୁଡର ପ୍ରସାଦ ମଧ୍ୟ ବଂଟା ଯାଏ । ଅନେକ ସ୍ଥାନରେ ଗୁଡି ଉଡାଇବାର ପରମ୍ପରା ମଧ୍ୟ ରହିଛି ।
🟢 – ମକର ସଂକ୍ରାନ୍ତି ଦିନ ଗଙ୍ଗାମାତା ଭାଗୀରଥିଙ୍କ ପଛେ ପଛେ ଚାଲି କପିଳ ମୁନିଙ୍କ ଆଶ୍ରମ ଦେଇ ସାଗର ସହ ମିଶିଥିଲେ ।
🟢 – ମାନ୍ୟତା ଏହା ଯେ, ଏହି ଦିନ ଯଶୋଦା ଶ୍ରୀକୃଷ୍ଣଙ୍କୁ ପ୍ରାପ୍ତ କରିବା ନେଇ ବ୍ରତ ରଖିଥିଲେ ।
🟢 ପୋଙ୍ଗଲ ପର୍ବ ଅବସରରେ ଆଜି ତାମିଲନାଡୁ ଯିବେ କଂଗ୍ରେସ ନେତା ରାହୁଲ…
🟢- ଏହା ମଧ୍ୟ ବିଶ୍ୱାସ କରାଯାଏ କି ଆଜି ଠାରୁ ୧୦୦୦ ବର୍ଷ ପୂର୍ବେ ମକର ସଂକ୍ରାନ୍ତି ୩୧ ଡିସେମ୍ବରରେ ପାଳନ କରାଯାଉଥିଲା । ଗତ ଏକ ହଜାର ବର୍ଷରେ ଏହାର ଦୁଇ ସପ୍ତାହ ଆଗକୁ ଘୁଂଚିଯିବା ଯୋଗୁଁ ୧୪ ଜାନୁୟାରୀରେ ଏହା ପାଳନ କରାଯାଉଛି । ଏବେ ସୂର୍ଯ୍ୟଙ୍କର ଚଳନ ଆଧାରରେ ଏହା ଅନୁମାନ କରାଯାଏ । ୫୦୦୦ ବର୍ଷ ପରେ ମକର ସଂକ୍ରାନ୍ତି ଫେବୃୟାରୀ ମାସର ଶେଷରେ ପାଳନ କରାଯିବ ।
୪ – ସୂର୍ଯ୍ୟଙ୍କର ଧନୁ ରାଶିରୁ ମକର ରାଶିରେ ପ୍ରବେଶ କରିବାକୁ ‘ମକର ସଂକ୍ରାନ୍ତି’ କୁହାଯାଏ ।
୫ – ମହାରାଷ୍ଟ୍ରରେ ବିଶ୍ୱାସ କରାଯାଏ କି ମକରସଂକ୍ରାନ୍ତିରୁ ସୂର୍ଯ୍ୟଙ୍କ ଗତି ଧିରେ ଧିରେ ବଢେ । ଏଥିପାଇଁ ଏହି ଦିନ ରାଶିର ବିଭିନ୍ନ ମିଷ୍ଠାନ ତିଆରି କରି ଉଭୟ ଉଭୟଙ୍କୁ ବାଣ୍ଟିଥାନ୍ତି ଏବଂ ଶୁଭକାମନା ଦେଇ ଉତ୍ସବ ପାଳନ କରିଥାନ୍ତି ।
🔴 ସଂକ୍ରାନ୍ତି ବିଚାର
ମେଷ: ଅପ୍ରେଲ – ମଇ, (ମେଷ ରାଶିରେ ସୂର୍ଯ୍ୟଙ୍କ ଅବସ୍ଥିତି)
ବୃଷ: ମଇ – ଜୁନ
ମିଥୁନ: ଜୁନ – ଜୁଲାଇ
କର୍କଟ: ଜୁଲାଇ – ଅଗଷ୍ଟ
ସିଂହ: ଅଗଷ୍ଟ – ସେପ୍ଟେମ୍ବର
କନ୍ୟା: ସେପ୍ଟେମ୍ବର – ଅକ୍ଟୋବର
ତୁଳା: ଅକ୍ଟୋବର – ନଭେମ୍ବର
ବିଛା: ନଭେମ୍ବର – ଡିସେମ୍ବର
ଧନୁ: ଡିସେମ୍ବର – ଜାନୁଆରୀ
ମାସ: ଜାନୁଆରୀ – ଫେବୃଆରୀ
କୁମ୍ଭ: ଫେବୃଆରୀ – ମାର୍ଚ୍ଚ
ମୀନ: ମାର୍ଚ୍ଚ – ଅପ୍ରେଲ ମାସ
ଜ୍ୟୋତିଷ ତତ୍ତ୍ୱ ଅନୁଯାୟୀ ରବି ସଂକ୍ରମଣକାଳୀନ ଗ୍ରହଚକ୍ର ଅନୁସାରେ ୧୨ଟି ରାଶିଚକ୍ର ରହିଛି । ଏଣୁ ପୃଥିବୀର ବାର୍ଷିକ ଗତିଦ୍ୱାରା ନିଜ କକ୍ଷପଥରେ ସୂର୍ଯ୍ୟକୁ ପରିକ୍ରମା କରୁଥିବାବେଳେ ବାର ମାସରେ ବିଭିନ୍ନ ଅବସ୍ଥାନରେ ରହି ସୂର୍ଯ୍ୟଙ୍କର ଗୋଟିଏ ରାଶିଚକ୍ର ଅନ୍ୟ ଗୋଟିଏ ରାଶିଚକ୍ରକୁ ସଂକ୍ରମଣ କରୁଥିବା ସମୟକୁ ସଂକ୍ରାନ୍ତି ରୂପେ ଗଣାଯାଉଥିବାରୁ ଏହା ହେଉଛ୍ ଓଡ଼ିଆ ମାସର ଆରମ୍ଭ ବା ପ୍ରଥମ ଦିନ । ପ୍ରତି ମାସାରମ୍ଭରେ ଗୋଟିଏ ସଂକ୍ରାନ୍ତି ପଡ଼ିଲେ ଓଡ଼ିଆ ପଞ୍ଜିକାନୁଯାୟୀ ସୂର୍ଯ୍ୟଙ୍କର ରାଶିଚକ୍ର ନାମାନୁସାରେ ସଂକ୍ରାନ୍ତି ଗୁଡ଼ିକ ପହିଲା ବୈଶାଖ ଅର୍ଥାତ ମେଷ ସଂକ୍ରାନ୍ତିରୁ ଆରମ୍ଭ ହୋଇ ଯଥାକ୍ରମେ ବୃଷ, ମିଥୁନ, କର୍କଟ, ସିଂହ, କନ୍ୟା, ତୁଳା, ବିଛା, ଧନୁ, ମକର, କୁମ୍ଭ, ମୀନ ଏହିପରି ବର୍ଷରେ ବାରଟି ସଂକ୍ରାନ୍ତି ପଡ଼ିଥାଏ । ବର୍ଷର ସମସ୍ତ ସୌରମାସ ସଂକ୍ରାନ୍ତ ଅଟେ କିନ୍ତୁ ଅଧିମାସ ବା ମଳମାସ ସଂକ୍ରାନ୍ତି ନୁହେ । ଅର୍ଥାତ ଅଧିମାସରେ ସଂକ୍ରାନ୍ତି ନଥାଏ । ଭିନ୍ନ ଭିନ୍ନ ନକ୍ଷତ୍ରରେ ସୂର୍ଯ୍ୟଙ୍କ ସଂକ୍ରମଣ ଘଟିବା ଯୋଗୁଁ ସଂକ୍ରାନ୍ତି ମାନଙ୍କୁ ୭ ଭାଗରେ ବିଭକ୍ତ କରାଯାଇ ଅଛି; ଯଥା: ମନ୍ଦା, ମନ୍ଦାକିନୀ, ଧ୍ୱାକ୍ଷୀ, ଘୋରା, ମହୋଦରୀ, ରାକ୍ଷସୀ ଓ ମିଶ୍ରିତା । ସଂକ୍ରାନ୍ତିକୁ ନିରଂଶ ଦିବସ କୁହାଯାଏ, ସେଥିପାଇଁ ଏ ଦିନ ଯାତ୍ରାଦି ଶୁଭକର୍ମ ନିଷିଦ୍ଧ। ସଂକ୍ରାନ୍ତି ଦିନ ସାୟଂସନ୍ଧ୍ୟା ନିଷିଦ୍ଧ ।
ଓଡ଼ିଶାରେ ସଂକ୍ରାନ୍ତିର ନାମକରଣ ପରବର୍ତ୍ତୀ ମାସର ନାମ ଅନୁସାରେ କରାଯାଏ; ଯଥା ମେଷ ସଂକ୍ରାନ୍ତି, ମକର ସଂକ୍ରାନ୍ତି । ଓଡ଼ିଆରେ ମେଷ ସଂକ୍ରାନ୍ତି ମେଷ ମାସର ପ୍ରଥମ ଦିନ ।
👉ମେଷ (ବୈଶାଖ) ସଂକ୍ରାନ୍ତିକୁ ‘ମହାବିଷୁବ’ ସଂକ୍ରାନ୍ତି ଓ ତୁଳା (କାର୍ତ୍ତିକ) ସଂକ୍ରାନ୍ତିକୁ ‘ଜଳବିଷୁବ’ ସଂକ୍ରାନ୍ତି ବୋଲାଯାଏ ।
👉ବୃଷ (ଜ୍ୟୈଷ୍ଠ), ବୃଶ୍ଚିକ (ମାର୍ଗଶୀର), ସିଂହ (ଭାଦ୍ର) ଓ କୁମ୍ଭ (ଫଗୁଣ) ସଂକ୍ରାନ୍ତିକୁ ‘ବିଷ୍ଣୁପଦୀ’ ସଂକ୍ରାନ୍ତି କୁହାଯାଏ ।
👉ମିଥୁନ (ଆଷାଢ଼), କନ୍ୟା (ଆଶ୍ୱିନ) ଧନୁ (ପୌଷ ଓ ମୀନ (ଚୈତ୍ର) ସଂକ୍ରାନ୍ତିକୁ ‘ଷଡ଼ଶୀତି’ ସଂକ୍ରାନ୍ତି କୁହାଯାଏ ।
👉ମକର (ମାଘ) ସଂକ୍ରାନ୍ତିକୁ ‘ଉତ୍ତରାୟଣ’ ଓ କର୍କଟ(ଶ୍ରାବଣ) ସଂକ୍ରାନ୍ତିକୁ ‘ଦକ୍ଷିଣାୟନ’ ସଂକ୍ରାନ୍ତି ବୋଲାଯାଏ ।
👉ଶୁକ୍ଳପକ୍ଷ ସପ୍ତମୀ ଦିନ ସଂକ୍ରାନ୍ତି ହେଲେ ତାହାର ନାମ ‘ମହାଜୟା’ ହୁଏ ।
ଉକ୍ତ ଦିନ ସୂର୍ଯ୍ୟପୂଜା ଓ ଦାନାଦି ପୂଣ୍ୟପ୍ରଦ ।
👉ଚୈତ୍ରର ଷଡ଼ଶୀତି ସଂକ୍ରାନ୍ତି: ଏହି ଦିନ ଘଣ୍ଟାକର୍ଣ୍ଣ ପୂଜା ହୁଏ।
👉ବୈଶାଖର ମହାବିଷୁବ ସଂକ୍ରାନ୍ତି: ଏହା ପଣା ସଂକ୍ରାନ୍ତି ଭାବେ ପରିଚିତ।
ଏ ଦିନ ସୂର୍ଯ୍ୟ ବିଷୁବ ରେଖାକୁ ପାରି ହୋଇ ଉତ୍ତର ଆଡ଼କୁ ଅର୍ଥାତ କର୍କଟ କ୍ରାନ୍ତି ଆଡ଼କୁ ଗତି କରନ୍ତି ।
👉ଜ୍ୟୈଷ୍ଠର ବିଷ୍ଣୁପଦୀ ସଂକ୍ରାନ୍ତି
ଆଷାଢ଼ର ଷଡ଼ଶୀତି ସଂକ୍ରାନ୍ତି ବା ରଜ ସଂକ୍ରାନ୍ତି:
ଓଡ଼ିଶାରେ ରଜ ପର୍ବ ଭାବେ ପରିଚିତ ।
👉ଶ୍ରାବଣ ମାସର ଦକ୍ଷିଣାୟନ ସଂକ୍ରାନ୍ତି:
ଏ ଦିନ ସୂର୍ଯ୍ୟ କର୍କଟ କ୍ରାନ୍ତିରୁ ବିଷୁବ ରେଖା ଆଡ଼କୁ ଗତି କରନ୍ତି। ଏହି ଦିନ ଠାରୁ ତିନି ଦିନ ପର୍ଯ୍ୟନ୍ତ ନଦୀ ମାନେ ରଜସ୍ୱଳା ହୁଅନ୍ତି ।
👉ଭାଦ୍ରବ ମାସର ବିଷ୍ଣୁପଦୀ ସଂକ୍ରାନ୍ତି:
ଆଶ୍ୱିନର ଷଡ଼ଶୀତି ସଂକ୍ରାନ୍ତି ବା କନ୍ୟା ସଂକ୍ରାନ୍ତି:
👉କାର୍ତ୍ତିକର ଜଳବିଷୁବ ସଂକ୍ରାନ୍ତି ବା ଗର୍ଭଣା ସଂକ୍ରାନ୍ତି:
ଏ ଦିନ ଗର୍ଭଣା ଡାଳ ବା କାଠିକୁ ପୂଜା କରି ଧାନ କ୍ଷେତରେ ପୋତାଯାଏ । ସୂର୍ଯ୍ୟ ବିଷୁବ ରେଖାକୁ ଟପି ଏହି ଦିନ ଦକ୍ଷିଣ ଆଡ଼କୁ ଅର୍ଥାତ ମକର କ୍ରାନ୍ତି ଆଡ଼କୁ ଗତି କରନ୍ତି।
👉ମାର୍ଗଶୀରର ବିଷ୍ଣୁପଦୀ ସଂକ୍ରାନ୍ତି:
👉ପୁଷମାସର ଷଡ଼ଶୀତି ସଂକ୍ରାନ୍ତି ବା ଧନୁ ସଂକ୍ରାନ୍ତି:
ଏ ଦିନ ଦେବତାଙ୍କୁ ଧନୁମୁଆଁ ଭୋଗ ହୁଏ ଏବଂ ଜଗନ୍ନାଥଙ୍କର ପହିଲି ଭୋଗ ଆରମ୍ଭ ହୁଏ ।
👉ମାଘ ମାସର ଉତ୍ତରାୟଣ ସଂକ୍ରାନ୍ତି :
ଏହି ଦିନ ସୂର୍ଯ୍ୟ ମକର କ୍ରାନ୍ତିରୁ ଉତ୍ତର ଦିଗକୁ ଫେରନ୍ତି । ଦେବତାଙ୍କୁ ମକର ଚାଉଳ ଓ ତିଲୁଆ ଖଜା ଭୋଗ ହୁଏ । ଏହାକୁ ତିଲୁଆ ସଂକ୍ରାନ୍ତି ମଧ୍ୟ କୁହାଯାଏ ।
👉ଫଗୁଣର ବିଷ୍ଣୁପଦୀ ସଂକ୍ରାନ୍ତି:
💥. ସଂକ୍ରାନ୍ତି ରେ ବ୍ରତୋତ୍ସବ 💥
( ସଂକ୍ରାନ୍ତିମାନଙ୍କରେ ଆଚରଣୀୟ ନାନାପ୍ରକାର କର୍ମାନୁଷ୍ଠାନ)
👉କାର୍ତ୍ତିକେୟ ବ୍ରତ (ସ୍କନ୍ଦପୁରାଣ):ମାର୍ଗଶୀର ମାସ ସଂକ୍ରାନ୍ତିରେ ସ୍ତ୍ରୀମାନେ ପୁତ୍ରଲାଭାର୍ଥ ସନ୍ଧ୍ୟାଠାରୁ ୪ପ୍ରହର ମଧ୍ୟରେ ୪ଥର ସ୍ନାନ କରି କାର୍ତ୍ତିକେୟ ପୂଜା ପୂର୍ବକ କାର୍ତ୍ତିକେୟ ବ୍ରତ କରନ୍ତି ।
👉ଜଳ ସଂକ୍ରାନ୍ତି ବ୍ରତ (ଭବିଷ୍ୟ ପୁରାଣ): ବିଷୁବ ସଂକ୍ରାନ୍ତି ଠାରୁ ଆରମ୍ଭ କରି ଏକ ବର୍ଷ ପର୍ଯ୍ୟନ୍ତ ପ୍ରତି ସଂକ୍ରାନ୍ତିରେ ବ୍ରାହ୍ମଣଙ୍କୁ ଜଳପୂର୍ଣ୍ଣ ଘଟ ଦାନ କରାଯାଏ ।
👉ଦାନ ସଂକ୍ରାନ୍ତି ବ୍ରତ (ବ୍ରହ୍ମ ପୁରାଣ): ବିଷୁବ ସଂକ୍ରାନ୍ତି ଠାରୁ ଆରମ୍ଭ କରି ଏକ ବର୍ଷ ପର୍ଯ୍ୟନ୍ତ ପ୍ରତି ସଂକ୍ରାନ୍ତିରେ ବ୍ରାହ୍ମଣଙ୍କୁ ନିର୍ଦ୍ଦିଷ୍ଟ ଦ୍ରବ୍ୟ ଦାନ କରାଯାଏ ।
👉ଦଧି ସଂକ୍ରାନ୍ତି ବ୍ରତ (ଭବିଷ୍ୟ ପୁରାଣ): ଉତ୍ତରାୟଣ ସଂକ୍ରାନ୍ତି ଠାରୁ ଆରମ୍ଭ କରି ଏକ ବର୍ଷ ଦଧି ଓ ଭୋଜ୍ୟ ଦାନ କରାଯାଏ ।
👉ଅନ୍ନ ସଂକ୍ରାନ୍ତି ବ୍ରତ (ଭବିଷ୍ୟ ପୁରାଣ): ମହାବିଷୁବ ସଂକ୍ରାନ୍ତି ଠାରୁ ୧ବର୍ଷ ପର୍ଯ୍ୟନ୍ତ ଅନ୍ନଦାନ କରାଯାଏ ।
👉ଫଳ ସଂକ୍ରାନ୍ତି ବ୍ରତ (ଭବିଷ୍ୟ ପୁରାଣ): ମହାବିଷୁବ ସଂକ୍ରାନ୍ତି ଠାରୁ ୧ବର୍ଷ ପର୍ଯ୍ୟନ୍ତ ପ୍ରତି ସଂକ୍ରାନ୍ତିରେ ନିର୍ଦ୍ଦିଷ୍ଟ ଫଳ ପ୍ରଦାନ କରାଯାଏ ।
👉ମଙ୍ଗଳ ସଂକ୍ରାନ୍ତି ବ୍ରତ : ମଙ୍ଗଳବାର ଦିନ ସଂକ୍ରାନ୍ତି ପଡ଼ିଲେ ମଙ୍ଗଳ ଚଣ୍ଡୀଙ୍କର ପୂଜା କରାଯାଏ ।
👉ଯମପୁଷ୍କରିଣୀ ବ୍ରତ (ଭବିଷ୍ୟ ପୁରାଣ): ସ୍ତ୍ରୀମାନେ କୌଣସି ସଂକ୍ରାନ୍ତିଠରୁ ଆରମ୍ଭ କରି ପ୍ରତି ସଂକ୍ରାନ୍ତିରେ ୪ବର୍ଷ ପର୍ଯ୍ୟନ୍ତ ଯମପୂଜା ଓ ଦାନ କରନ୍ତି ।
👉ଧର୍ମଘଟ ବ୍ରତ: ବୈଶାଖ ସଂକ୍ରାନ୍ତିଠାରୁ ଜ୍ୟୈଷ୍ଠ ସଂକ୍ରାନ୍ତି ପର୍ଯ୍ୟନ୍ତ ଏକ ମାସ ଲେଖାଏଁ ୪ ବର୍ଷ ଜଳପୂର୍ଣ୍ଣ ଘଟ ବ୍ରାହ୍ମଣଙ୍କୁ ଦାନ କରାଯାଏ । ଏହା ଛଡ଼ା ମହାବିଷୁବ ସଂକ୍ରାନ୍ତିରେ ବିଷ୍ଣୁ, ଇଷ୍ଟଦେବତା ଓ ପିତୃମାନଙ୍କ ଉଦ୍ଦେଶ୍ୟରେ ଜଳପୂର୍ଣ୍ଣ ଘଟ ଉତ୍ସର୍ଗ କରିବାକୁ ହୁଏ ।
Comments
Post a Comment