ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ 15.10.22 ଓଡିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା। ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ହେବ

 ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ


କ୍ୟାବିନେଟ ନିଷ୍ପତ୍ତି ସଂପର୍କରେ 

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଓଡିଶା ବାସୀଙ୍କୁ ବାର୍ତ୍ତା 


ଭୁବନେଶ୍ବର,

15.10.୨୨



ପ୍ରିୟ ଭାଇ ଓ ଭଉଣୀମାନେ,


ଆପଣମାନଙ୍କୁ ସମସ୍ତଙ୍କୁ ନମସ୍କାର। ଆପଣମାନଙ୍କ ଆଶୀର୍ବାଦରେ ୨୦୦୦ ମସିହାରେ ମୁଁ ଓଡିଶା ମା’ର ସେବାର ସୁଯୋଗ ପାଇଥିଲି। ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ମୋ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା। ନିତି ଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା ।


ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା । ରାଜକୋଷ ଖାଲି ଥିଲା। ଅର୍ଥନୀତି ଉପରେ ବହୁତ ଚାପ ଥିଲା। ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ ।

ବନ୍ୟା  ବାତ୍ୟା ମରୁଡି  ଲାଗି ରହି ଥିଲା ଗରିବୀ  ବହୁ  ଅଧିକ  ଥିଲା.


ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ ପ୍ରାଥମିକତା। 


        ସେତେବେଳେ  ନିଯୁକ୍ତି ପୁରାପୁରି ବନ୍ଦ ଥିଲା । ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା । ଏହା ମୋ ପାଇଁ  ବହୁତ  କଷ୍ଟକର ଥିଲା। ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ। ଏହା ମୋତେ ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ ?


ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ  ଆମର ସବୁଠାରୁ ବଡ ଶକ୍ତି । ଉତ୍ତମ ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧିରେ ଧିରେ ପରିସ୍ଥିତିରେ ଉନ୍ନତି ଆସିଲା । ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା।   ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି । ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତି କୁ ପରିବର୍ତ୍ତନ କରି ଇନିସିଆଲ ଆପଏଣ୍ଟି କରିଥିଲୁ ।


         ଆଜି ମୁଁ ଖୁସିର ସହ ଘୋଷଣା କରୁଛି ଯେ ଆଜି ରାଜ୍ୟ କ୍ୟାବିନେଟ ଚୁକ୍ତିଭିତ୍ତିକ ନିଯୁକ୍ତି  ବ୍ୟବ୍ୟସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏବେ ବି ଅନେକ ରାଜ୍ୟରେ ନିୟମିତ ନିଯୁକ୍ତି ବନ୍ଦ ଅଛି ।  ଚୁକ୍ତିଭିତ୍ତିକ ନିଯୁକ୍ତି ଚାଲିଛି।  ଓଡିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା। ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ  ହେବ । ବହୁ ଦିନ ଧରି ଏ ସୁଦିନକୁ ମୁଁ ଅପେକ୍ଷା କରିଥିଲି।  ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ।   ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ ।  ଏଥିପାଇଁ  ହାରାହାରି 13୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ।   ସେମାନଙ୍କ ପରିବାର ପାଇଁ ଏହା ଆଗୁଆ ଦୀପାବଳି ଆଣିଛି।   



ଆଜି ଓଡିଶା ଆତ୍ମବିଶ୍ବାସର ସହ ଆଗକୁ ବଢୁଛି । ସଶକ୍ତ ହେଉଛି। ଓଡିଶା ଇତିହାସର ଏହା ଏକ ସୁବର୍ଣ୍ଣ ମୂହୁର୍ତ୍ତ ।


        ସରକାରୀ  କର୍ମଚାରୀ ମାନଙ୍କୁ ମୋର ଅନୁରୋଧ, ଆପଣମାନେ ସମସ୍ତେ ଭଲ କାମ କରନ୍ତୁ।  ନିଷ୍ଠାର ସହ ଲୋକଙ୍କ ସେବା କରନ୍ତୁ । ଦାୟିତ୍ବ ପାଳନ କରିବାବେଳେ, ୫-ଟି ଉପକ୍ରମ – ଟିମ୍‌ ୱାର୍କ, ଟେକ୍‌ନୋଲୋଜି, ଟ୍ରାନ୍‌ସପ୍ୟାରେନ୍‌ସି ଓ ଟ୍ରାନସଫରମେସନକୁ ଅନୁସରଣ କରନ୍ତୁ।  ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜଳ କରନ୍ତୁ ଏବଂ ଓଡିଶାର ରୂପାନ୍ତରରେ ନିଜର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖନ୍ତୁ ।

ବନ୍ଦେ ଉତ୍କଳ ଜନନୀ


https://amrutdhar.blogspot.com/2022/10/151022.html



https://pearlvineodia.blogspot.com/2022/10/active-income-passive-income.html


ऐसे और पोस्ट देखने के लिए और गोवर्द्धन मठ, पुरी से जुड़ने के लिए क्लिक करें 👇👇

https://kutumbapp.page.link/YEqnUxGWGn5X8BF59?ref=KRV6D



Comments

Popular posts from this blog

ବନଦୁର୍ଗାମନ୍ତ୍ରବିଧାନମ୍

*"ମୁଁ ଜଣେ ଓଡ଼ିଆ"* ଲେଖାଟି ଖୁବ୍ ଉଚ୍ଚ କୋଟୀର ହୋଇଛି। ଏହାକୁ ନିଶ୍ଚିତ ଶେଷଯାଏ ପଢ଼ନ୍ତୁ।

ସିଦ୍ଧିଲକ୍ଷ୍ମୀସ୍ତୋତ୍ରମ୍